ଫୁଟବଲ ଖେଳ ପ୍ରତି ଆଗ୍ରହ ବଢିଛି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲାରେ

ଫୁଟବଲ ଖେଳ ପ୍ରତି ଆଗ୍ରହ ବଢିଛି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲାରେ। ଫୁଟବଲ ଖେଳ ଦେଖିବା ପାଇଁ କ୍ରୀଡ଼ାପ୍ରେମୀ ମାନଙ୍କ ଭିଡ଼ ଜମୁଛି।
କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସାଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ପଞ୍ଚମ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ନାରାୟଣ ବିଶୋଇ ଏବଂ ଭୀମରାଜୁ ସାହୁ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ l

ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସାଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ପଞ୍ଚମ ଦିନର ଖେଳରେ ଢୁପା ସିକ୍ସ ଦଳ ସହ ୟୁ ପି କେ ଏଫ ସି ଦଳ ର ବହୁ ସଙ୍ଘର୍ଷ ମୟ ଖେଳରେ ଟାଇ ବ୍ରେକର୍ ଜରିଆରେ ୩-୨ ଗୋଲରେ ଢୁପା ସିକ୍ସ ଦଳ ଦିଜୟୀ ହୋଇଥିଲେ।


ଏହି ଖେଳରେ ବାବୁ ଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତା ଙ୍କୁ ପ୍ୟାରେଡ ଉତ୍ସବ ରେ ପୁରସ୍କୃତ କରାଯିବ ବୋଲି ସାଂସଦ ପକ୍ଷରୁ କୁହାଯାଇଛି।
କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ବାରଖମା ସ୍ଥିତ ବିଏସଏଫ ର ୧୩୬ ବାଟାଲିୟନ ଆନୁକୂଲ୍ୟରେ ବାରଖମା ଖେଳ ପଡିଆ ଠାରେ “ଏକ ଭାରତ, ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ ଅବସରରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବିଏସଏଫ କମାଣ୍ଡର ନିର୍ମଳ ଚନ୍ଦ୍ର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳୀ ମାନଙ୍କ ସହ ପରିଚିତ ହୋଇଥିଲେ l

ଏଥିରେ ବାରଖମା ବିଏସଏଫର ୧୩୬ ବାଟାଲିୟନ ଦଳ ଏବଂ ବାରଖମା ସ୍ପୋର୍ଟସ୍ କ୍ଲବ୍ ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବିଏସଏଫ ୩-୦ ଗୋଲରେ ବିଜୟୀ ଲାଭ କରିଥିଲା l ଏହି ମ୍ୟାଚରେ ବିଏସଏଫ ର ସମସ୍ତ ଜବାନ ଓ ବାରଖମା ସ୍ପୋର୍ଟସ୍ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।
କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ଫଟୋ ନ୍ୟୁଜ ଟାଇମସର ସାମ୍ବାଦିକ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ।

Leave a Reply

Your email address will not be published. Required fields are marked *