କଣ୍ଟାମାଳ ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

କଣ୍ଟାମାଳ ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର। ୧୦୩ ଟି ମାମଲା ପଞ୍ଜିକୃତ।
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସମ୍ବିଳନୀ କକ୍ଷରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ନୂତନ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଗୋୟଲ ଯୋଗ ଦେଇ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ l

ଏହି ଶିବିରରେ ସମୁଦାୟ ୧୦୩ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥି ମଧ୍ୟରୁ ୮୮ ଗୋଟି ବ୍ୟକ୍ତିଗତ ଓ ୧୫ ଟି ଗୋଷ୍ଟୀ ଗତ ମାମଲା ପଞ୍ଜିକୃତ ହୋଇ ଥିଲା l ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l କଣ୍ଟାମାଳ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ବୟୋଜ୍ୟେଷ୍ଟ ବ୍ୟକ୍ତି ଙ୍କ ସ୍ଵାସ୍ତ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥଲା l

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପଜିଲ୍ଲାପାଳ ବିନୟ କୁମାର ଭୋଇ, ନୋଡାଲ ଅଧିକାରୀ ସୁଧର୍ମା ମଲିକ, ଅଧିକ୍ଷଣ ଯନ୍ତ୍ରୀ ଇଂ ସନ୍ଦୀପ କୁମାର ଚୁଆଳସିଂ, ଜିଲ୍ଲା ପଞ୍ଚାୟତ ଅଧିକାରୀ ମନୋରଞ୍ଜନ ମହାନ୍ତି,ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ସିଡିଏମଓ ସଂଘମିତ୍ରାପଣ୍ଡା, ଡିଏସଏସଓ ରାଜିନ୍ଦ୍ର କିସାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ବିଡ଼ିଓ ସାମୀ ଜୟଶ୍ରୀ ରେଡ୍ଡୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଏବିଡ଼ିଓ ଗଙ୍ଗାଧର ମିଶ୍ର, ଡାକ୍ତର ମହେନ୍ଦ୍ର କୁମାର ସାଏ, ଡାକ୍ତର ଜଗଦୀଶ ସେଠି, ବନାଞ୍ଚଳ ଅଧିକାରୀ ଜୟକୃଷ୍ଣ ପଟ୍ଟନାୟକ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଜୟ ମହନ୍ତ, ଏପିଓ ସଂଜିତ କୁମାର ମିଶ୍ର, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଜ୍ଞାନ ରଞ୍ଜନ ପ୍ରଧାନ, କନିଷ୍ଠ ଯନ୍ତ୍ରୀ ରବିନ୍ଦ୍ର ଆଚାରି, ବିଏସଏସଓ ସୂର୍ଯ୍ୟ ନାରାୟଣ ଦାସ, ସିଡିପିଓ ପଙ୍କଜିନୀ ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l


ବୌଦ୍ଧ ଜିଲ୍ଲା ପ୍ରତିନିଧି ବାସୁଦେବ ଷlଣ୍ଢ ଙ୍କ ରିପୋର୍ଟ ଫଟୋ ନ୍ୟୁଜ୍ ଟାଇମ୍ସ।

Leave a Reply

Your email address will not be published. Required fields are marked *