ମୁଁ ବର୍ଷା ଫଟୋ ନିୟୁଜ, ନିୟୁଜ ରୁମ କୁ ସ୍ୱାଗତ କରୁଛି।ନୂଆପଡ଼ାର ଦୁଇ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶିଳାନ୍ୟାସ।
ଦ୍ୱିତୀୟ ପର୍ଯ୍ୟାୟରେ ୨୦୪ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଅନୁଷ୍ଠିତ।
ନୂଆପଡ଼ା ଜିଲ୍ଲାର ଜେଞ୍ଜେରା ଓ କୁକୁଡ଼ାତାଳ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ବିକଶିତ କରିବା ପାଇଁ ଶିଳାନ୍ୟାସ ଉତ୍ସବ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଉଦ୍ଦେଶ୍ୟରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟରେ ୨୦୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲାର ଲୋକନାଥ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଭାସୀ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ।

ନୂଆପଡ଼ା ଜିଲ୍ଲାର ସରକାରୀ ଉଚ୍ଚ ବିଦ୍ୟାଳୟ, ଜେଞ୍ଜେରା ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କୁକୁଡ଼ାତାଳକୁ ଏହି ଯୋଜନାରେ ସାମିଲ କରାଯାଇ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ବିକଶିତ କରାଯିବ।
ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସମଗ୍ର ଶିକ୍ଷା ଡ଼ଃ ପ୍ରଶାନ୍ତ କୁମାର ମହାନ୍ତି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରେଶମଲାଲ ନାୟକ, ପ୍ରଧାନ ଶିକ୍ଷକ ଓମ୍ ପ୍ରକାଶ ସୁପକାରଙ୍କ ସମେତ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଗ୍ରାମବାସୀ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।
ନୂଆପଡା ରୁ ପରମେଶ୍ୱର ମେହେର ଙ୍କ ରିପୋର୍ଟ ଫଟୋ ନିୟୁଜ ଟାଇମ୍ସ।
