ଜ଼ିଲ୍ଲାପାଳ ଙ୍କ ସଦଭାବନା ସଭାଗୃହ ଠାରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବୌଦ୍ଧ ଜ଼ିଲ୍ଲାପାଳ ଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l

ଜିଲ୍ଲାରେ ପାନୀୟ ଜଳ ଯୋଗାଣ, ଗ୍ରୀଷ୍ମ କାଳୀନ ପ୍ରାକୃତିକ ବିପର୍ଯୟ ର ମୁକାବିଲା, ଅଂଶୁଘାତ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଚିକିତ୍ସl ବ୍ୟବସ୍ଥା ଉପଲବ୍ଦ୍ଦ୍ ଆଦି ବିଷୟରେ ଆଲୋଚନା ହୋଇଥିଲା l

ଏହି ବୈଠକ ରେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡଷନା , ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗର ଜ଼ିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l
ବୌଦ୍ଧ ଜ଼ିଲ୍ଲା ପ୍ରତିନିଧି ବାସୁଦେବ ଷlଣ୍ଢ ଙ୍କ ରିପୋର୍ଟ ଫଟୋ ନ୍ୟୁଜ ଟାଇମ୍ସ

Leave a Reply

Your email address will not be published. Required fields are marked *