ପର୍ଯ୍ୟଟକ ଅସୁରକ୍ଷିତ

 

ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶୀତ ମହୋତ୍ସବ ଜାନୁୟାରୀ ୮ ତାରିଖ ଠାରୁ ୧୧ ତାରିଖ ୪ ଦିନ ଧରି ଦାରିଙ୍ଗବାଡି ର ମିନି ଷ୍ଟାଡିଅମ ପରିସରରେ ଆୟୋଜନ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟ ରେ ପହଞ୍ଚି ଯାଇଛି । ସମଗ୍ର ବ୍ଲକ ଅଞ୍ଚଳରେ ଉତ୍ସବମୁଖର ହେବା ସହ ଉତ୍କଣ୍ଠା ଓ ଉତ୍ସାହରେ ଅପେକ୍ଷା କରିଛନ୍ତି। ଏ ନେଇ ରବିବାର ପୂର୍ବାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ଯରେ ଶୀତ ମହୋତ୍ସବ ପୋଷ୍ଟରର ଉନ୍ମୋଚନ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି।


ଉତ୍ସବ ପାଇଁ ପ୍ରସ୍ତୁତିର ଆବଶ୍ୟକତା ଅଛି କିନ୍ତୁ ପୋଲିସ ଓ ପ୍ରଶାସନର ଦାୟିତ୍ୱ ହେଉଛି ପ୍ରଯ୍ୟଟକଙ୍କୁ ସୁରକ୍ଷା ଦେବା। ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣ ଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨ ଗୋଷ୍ଠି ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ହୋଇଥିଲା । ପରେ ପରିସ୍ଥିତି ଏମିତି ଘଟିଥିଲା ଯେ ଉଭୟ ଗୋଷ୍ଠି ମଧ୍ୟରେ ପିଟା ପିଟି ହୋଇଥିଲା । ରୋଷେଇରେ ବ୍ୟବହାର ଚଟୁ, ବେଲା ସହ ବିଭିନ୍ନ ସାମଗ୍ରିରେ ମାଡ଼ ହୋଇଥିଲା

। ଏହି ସମୟରେ ଡ଼ୁଲୁରୀ ଅଞ୍ଚଳରେ ଅନ୍ୟ ପର୍ଯ୍ୟଟକମାନେ ମଧ୍ୟ ରୋଷେଇ କରୁଥିବା ବେଳେ ବହୁ ହଇରାଣ ହରକତ ହୋଇଥିବା ଦେଖିବାକୁ ମିଳିଥିଲା । ସପରିବାର ନେଇ ଆସିଥିବା ପର୍ଯ୍ୟଟକ ବଣ ଭୋଜି କରୁଥିବା ବେଳେ ଭୋଜି ରାନ୍ଧି ମଧ୍ୟ ଖାଇପାରିନଥିଲେ । ଭୟ ଓ ଆତଙ୍କ ଭିତରେ ପର୍ଯ୍ୟଟକ ଡ଼ୁଲୁରୀ ସ୍ଥାନ ଛାଡି ଚାଲିଯାଇଥିଲେ ।

ପରିସ୍ଥିତି ଏମିତି ହେଲା ଯେ ଉକ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା ଏବଂ ଗଣ୍ଡଗୋଳକୁ ବନ୍ଦ କରିବାକୁ ଯାଇଥିବା କିଛି ଯୁବକ ଓ ପର୍ଯ୍ୟଟକ ଆହତ ହୋଇଥିଲେ । ଡ଼ୁଲୁରୀ ପର୍ଯ୍ୟଟନ କ୍ଷେତ୍ରର ପରିଚାଳକ ସଞ୍ଜୀବ ପ୍ରଧାନ ତୁରନ୍ତ ପ୍ଳିହେରୀ ସରପଞ୍ଚ ପାଉଲ ପ୍ରଧାନଙ୍କୁ ଫୋନରେ ଜଣାଇବା ପରେ ସରପଞ୍ଚ ତୁରନ୍ତ ଦାରିଙ୍ଗବାଡି ଥାନାକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ୨ ଗୋଷ୍ଠୀଙ୍କୁ ଝଗଡାକୁ ବନ୍ଦ କରିବାକୁ ଉଦ୍ୟମ କରୁଥିଲେ ହେଁ ପ୍ରବଳ ଗଣ୍ଡଗୋଳକୁ ଦେଖି ପୋଲିସ ମୃଦୁ ଲାଠି ଚାଳନା କରିଥିଲା ।

୨ ଗୋଷ୍ଠିର କିଛି ଯୁବକଙ୍କୁ ନେଇ ଥାନାରେ ରଖି ଅଧିକ ତଦନ୍ତ କରୁଥିବା ଓ ଅତ୍ୟଧିକ ନିଶାସକ୍ତ ଯୋଗୁଁ ଏଭକି ଘଟଣା ଘଟିଥିବା ଦାରିଙ୍ଗବାଡି ଥାନା ଅଧିକାରୀ ତଥା ଡିଏସପି କନକ ମାଝୀ କହିଛନ୍ତି ।
ବାଲିଗୁଡ଼ାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫଟୋ ନ୍ୟୁଜ ଟାଇମସ।

Leave a Reply

Your email address will not be published. Required fields are marked *