ବିଭିନ୍ନ ଦାବୀ ନେଇ ଅଲ୍ ଓଡିଶା ଅଙ୍ଗନୱାଡି ଲେଡ଼ିଜ ୱାର୍କରର୍ସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବିଭିନ୍ନ ଦାବୀ ନେଇ ଅଲ୍ ଓଡିଶା ଅଙ୍ଗନୱାଡି ଲେଡ଼ିଜ ୱାର୍କରର୍ସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା।
ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ ୱାର୍କରର୍ସ ଆସୋସିଏସନର ରାଜ୍ୟ ନିଷ୍ପତ୍ତିକ୍ରମେ ବିଭିନ୍ନ ଦାବୀ ନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାୟଗଡ଼ା ଜିଲ୍ଲା ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ତରଫରୁ ଜିଲ୍ଲା ସଭାନେତ୍ରୀ ଜୟନ୍ତୀ ପଦ୍ମାଳୟା ସାହୁ ଏବଂ ସମ୍ପାଦିକା ଉଷାରାଣୀ ଦାଶଙ୍କ ନେତୃତ୍ବରେ ସ୍ଥାନୀୟ କାଳୀ ମନ୍ଦିର ପ୍ରାଙ୍ଗଣରେ ଏକତ୍ରିତ ହୋଇ ଏକ ବିଶାଳ ପଦଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି।ଏହି ଅବସରରେ ଜିଲ୍ଲାପାଳଙ୍କ ପକ୍ଷରୁ ଡେପୁଟି କଲେକ୍ଟର ନାରାୟଣ ମିଶ୍ର ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ମୀନତି ଦେଓଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ୱର ଦାସ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ , ସଭାପତି ମୋହନ ରାଓ ମାଝି , ସକ୍ଷମ ଅନୁଷ୍ଠାନର ପ୍ରାନ୍ତ ସଚିବ ଶ୍ୟାମ ଦାଶ, ଧର୍ମ ସିଂ ନାଗ୍, ଦୁର୍ଗା ମାଧବ ଘୋଷ ପ୍ରମୁଖ ଯୋଗ ଦେଇଥିଲେ।
ରାୟଗଡାରୁ ପ୍ରସାଦ ଲିମା ଏବଂ ମନୋରଞ୍ଜନ ଶତପଥୀଙ୍କ ରିପୋର୍ଟ, ଫଟୋ ନ୍ୟୁଜ ଟାଇମସ।

Leave a Reply

Your email address will not be published. Required fields are marked *