ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ନୁଆପାଲି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ଠାରେ ବନ ମହୋତ୍ସବ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ |

ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଜ଼ିଲ୍ଲା ବନଖଣ୍ଡ ଅଧିକାରୀ ଦେବ ପ୍ରିୟ କମ୍ପ, କଣ୍ଟାମାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସାମ୍ମି ଜୟଶ୍ରୀ ରେଡି, ଅତିରିକ୍ତ ତହସିଲଦାର ଧନଞ୍ଜୟ ସାହୁ, କଣ୍ଟାମାଳ ରେଞ୍ଜର ଜୟକୃଷ୍ଣ ପଟ୍ଟନାୟକ, ଜିଲ୍ଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ବରିଷ୍ଠ ସାମ୍ବାଦିକ ଦିବ୍ୟ ଶଙ୍କର ରାଉତ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଓ ଅନ୍ୟ ମାନେ ମଞ୍ଚାସୀନ ଥିଲେ l

ପ୍ରଧାନ ଶିକ୍ଷକ ଅନନ୍ତ ଚରଣ ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥିଗଣ ବୃକ୍ଷ ରୋପଣ କରିଥିଲେ |
ବୌଦ୍ଧ ଜିଲ୍ଲା ପ୍ରତିନିଧି ବାସୁଦେବ ଷlଣ୍ଢ ଙ୍କ ରିପୋର୍ଟ ଫଟୋ ନ୍ୟୁଜ୍ ଟାଇମ୍ସ

