ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ

ଫଟୋ ନିୟୁଜ, ନିୟୁଜ ରୁମ କୁ ସ୍ୱାଗତ କରୁଛି ମୁଁ ବର୍ଷା।
ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ “SIR – Special Intensive Revision ( ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ)” କାର୍ଯ୍ୟକ୍ରମ ବୌଦ୍ଧ ଜିଲ୍ଲାରେ ସଫଳ ଭାବେ କାର୍ଯ୍ୟନ୍ୱୟନ ହେଉଛି। ଏହି ବିଶେଷ ସଂଶୋଧନ ଅଭିଯାନର ମୂଳ ଉଦ୍ଦେଶ୍ୟ ହେଉଛି ଭୋଟର ତାଲିକାକୁ ଅଧିକ ସଠିକ୍, ସ୍ୱଚ୍ଛ ଏବଂ ତ୍ରୁଟିମୁକ୍ତ କରିବା।ଏହି ପରିପ୍ରେକ୍ଷୀରେ ଜିଲ୍ଲାର ୮୫-କଣ୍ଟାମାଳ ଓ ୮୬-ବୌଦ୍ଧ ବିଧାନସଭା କ୍ଷେତ୍ର ଅନ୍ତର୍ଗତ ସମସ୍ତ ମତଦାନ କେନ୍ଦ୍ରର


BLO ଏବଂ ବ୍ଲକ ସୁପରଭାଇଜରମାନଙ୍କୁ ଆବଶ୍ୟକ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଘରେ ଘରେ ପହଞ୍ଚି ଯୋଗ୍ୟ ମତଦାତାଙ୍କ ନାମ ସଂଯୋଜନ, ମୃତ ଏବଂ ସ୍ଥାନାନ୍ତରିତ ଭୋଟରଙ୍କ ନାମ ବିଲୋପ ସହିତ ତଥ୍ୟ ସଂଶୋଧନ କାର୍ଯ୍ୟ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଏବଂ ନିରପେକ୍ଷତା ସହ କରାଯାଉଛି।
ବୌଦ୍ଧ ଜ଼ିଲ୍ଲା ପ୍ରତିନିଧି ବାସୁଦେବ ଷାଣ୍ଢ ଙ୍କ ରିପୋର୍ଟ ଫଟୋ ନ୍ୟୁଜ ଟାଇମ୍ସ।

Leave a Reply

Your email address will not be published. Required fields are marked *