ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଟାଉନରେ ନବ ନିର୍ମିତ ଥାନାଗୃହ ଏବଂ ରିଜର୍ଭ ପୋଲିସ ଅଫିସ ଉଦ୍ଘାଟନ କରିଛନ୍ତି । ସମୁଦାୟ ୩ କୋଟି ୩୪ ଲକ୍ଷ ୧୪ ହଜାଇ ଟଙ୍କା ବ୍ୟୟରେ ନିର୍ମିତ ଏହି ଥାନା ଓ ୨ କୋଟି ୭୬ ଲକ୍ଷ ୬୮ ହଜାର ଟଙ୍କା ବ୍ୟୟରେ ନିର୍ମିତ ରିଜର୍ଭ ପୋଲିସ ଅଫିସର ଅଧିକାରୀ ଓ କର୍ମଚାରୀମାନେ ସାଧାରଣ ଜନତାଙ୍କୁ ଉତ୍ସର୍ଗୀକୃତ ସେବା ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ନବନିର୍ମିତ ଥାନାରେ ଭିନ୍ନକ୍ଷମଙ୍କ ପାଇଁ ଖସଡା ବ୍ୟବସ୍ତା, ଏବଂ ବାରାକ୍, ସମ୍ମିଳନୀ କୋଠରୀ ସନ୍ଦିଗ୍ଧ ଓ ସାକ୍ଷୀ ପରୀକ୍ଷା କୋଠରୀ, ୱେୟାରଲେସ୍ ଏବଂ ଯୋଗାଯୋଗ କୋଠରୀ, ଆଧୁନିକ ରିସେପସନ ସେଣ୍ଟର ଓ ହେଲ୍ପଡେକ୍ସ ପ୍ରସ୍ତୁତ କରାଯାଇଛି । ଏହାର ତଳେ ଶିଶୁସଦନ, ଯାନବାହନ ପାର୍କିଂ ବ୍ୟବସ୍ଥା, ତଥ୍ୟ ସଂରକ୍ଷଣ ଓଡ଼ିଆ ସିସିଟିଭି କ୍ୟାମେରା ବ୍ୟବସ୍ଥା, ଅଗ୍ନି ନିର୍ବାପକ ଭଳି ଅତ୍ୟାଧୁନିକ ବ୍ୟବସ୍ଥା ମଧ୍ୟ କରାଯାଇଛି । ଏହି ଅବସରରେ ପୋଲିସ କର୍ମଚାରୀଙ୍କ ପାଇଁ ୧୭ ଟି ଏସ.ଇଉ.ଭି. ଗାଡ଼ି ଏବଂ ୮୦ ଟି ମୋଟର ସାଇକେଲକୁ ସବୁଜ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିଲେ ।
କେନ୍ଦୁଝରରେ ମେଡିକାଲ କଲେଜ ଓ ହସ୍ପିଟାଲ ଆରମ୍ଭ ହେଲା। ଆସୁ ଚିକିତ୍ସା ସେବା ଓ ଟ୍ରମା କେୟାର ଭଳି ସୁବିଧା ଏଠାରେ ଉପଲବ୍ଧ। ଏହି ହସ୍ପିଟାଲକୁ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ନାମରେ ନାମିତ କରାଯାଇଛି। ମୁଖ୍ୟମନ୍ତ୍ରୀ କହିଲେ ଯେ ଆମ ଦେଶରେ ଦୁର୍ଘଟଣା ଓ ଦୁର୍ଘଟଣାଜନିତ ମୃତ୍ୟୁହାର ଅଧିକ। ଶିଳ୍ପ ପ୍ରତିଷ୍ଠା ଓ ଭିତ୍ତିଭୂମି ବିକାଶ କରାଗଲେ କେନ୍ଦୁଝରରେ ଅଧିକ ଗାଡି ଚଳାଚଳ କରିବ। ଏହାକୁ ଦୃଷ୍ଟିରେ ରଖି ଅତ୍ୟାଧୁନିକ ଡାକ୍ତରଖାନାର ଆବଶ୍ୟକତା ଅଛି। ସେ ଯାହାବି ହେଉ ସ୍ୱାସ୍ଥ୍ୟ କ୍ଷେତ୍ରରେ ବିକାଶ ପାଇଁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ “ଆୟୁଷ୍ମାନ୍ ଭାରତ” ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହାଦ୍ୱାରା ଆମର ସାଧାରଣ ଲୋକମାନେ ଦେଶରେ ୨୯୦୦୦ ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇପାରିବେ। ଏହା କେନ୍ଦୁଝର ବାସୀଙ୍କୁ ଗୌରବାନ୍ବିତ କରିପାରିଛି।
କେନ୍ଦୁଝରରୁ ଫଟୋ ନ୍ୟୁଜ ଟାଇମସ୍ ର ସାମ୍ବାଦିକ ମନୋରଞ୍ଜନ ରାଉତଙ୍କ ରିପୋର୍ଟ୍।