ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲାପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ବିଭିନ୍ନ ଅଧିକାରୀ ମାନେ ଯୋଗଦେଇଥିଲେ।
ଏଠାରେ ମୋଟ ୬୧ଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ୧୨ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା। ଏହି ଶିବିରରେ ଜିଲ୍ଲାସ୍ଥରୀୟ
ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କହଁର ଏହି ଅଭିଯୋଗ ପାଇଲାପରେ ସଂପୃକ୍ତ ବିଭାଗକୁ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ l
ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲାପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯ
