ସିନାପାଲି ବ୍ଲକରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର I

ମୁଁ ବର୍ଷା ଫଟୋ ନିୟୁଜ, ନିୟୁଜ ରୁମ କୁ ସ୍ୱାଗତ କରୁଛି।ନୂଆପଡ଼ା ସିନାପାଲି ବ୍ଲକରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର I
୬୪ଟି ଅଭିଯୋଗର ଶୁଣାଣି, ତତ୍କାଳୀନ ସହାୟତା ଓ ସ୍ୱଚ୍ଛତା ଦୂତ ସମ୍ମାନ ପ୍ରଦାନ।

ନୂଆପଡା ଜିଲ୍ଲାର ସିନାପାଲି ବ୍ଲକ ସଭାଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି।

ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସହ ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାୟକ, ବ୍ଲକ ଅଧ୍ୟକ୍ଷା ମାଧୁରୀ ମାଝୀ, ବ୍ଲକ ଉପାଧ୍ୟକ୍ଷା ମୀନା ଘିବେଲା, ବିଡିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀ ଏବଂ ଏସ୍‌ଡିପିଓ ଉପେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଡେପୁଟି କଲେକ୍ଟର ଚିନ୍ମୟ ସାଗର ଓ ଶେଖ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

ଶିବିରରେ ସିନାପାଲି ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରୁ ଆସିଥିବା ୫୫ଟି ବ୍ୟକ୍ତିଗତ ଓ ୯ଟି ଗୋଷ୍ଠୀଗତ ଅଭିଯୋଗ ସହ ମୋଟ ୬୪ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ଜିଲ୍ଲାର ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ।


ଶିବିରରେ ଗୁଲସନ କୁମାର ସରାଫଙ୍କୁ ଉଚ୍ଚ ଶିକ୍ଷା ପାଇଁ ୪୬,୪୯୫ ଟଙ୍କା, ସରୋଜ ଶତନାମୀଙ୍କୁ ୩୯,୫୮୩ ଟଙ୍କା ଓ ବିଶାଳ ଶତନାମୀଙ୍କୁ ୩୦,୪୪୮ ଟଙ୍କାର ଚେକ ପ୍ରଦାନ କରାଯାଇଥିଲା। ସେହିପରି ବିରମଣି ନିଆଲ, ଧନିରାମ ନିଆଲ ଓ ଦିନଜନ ଗୁଆଳଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଲେଖାଏ ଚେକ ପ୍ରଦାନ କରାଯାଇଥିଲା। ଜଣେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ପେନସନ ପ୍ରଦାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଆବେଦନ ଉପରେ ମଧ୍ୟ ତତ୍କାଳ କାର୍ଯ୍ୟନୁଷ୍ଠାନ ଗ୍ରହଣ କରା ଯାଇଥିଲା।

 

ଏହି ଅବସରରେ ସ୍ୱଚ୍ଛତା କ୍ଷେତ୍ରରେ ସଚେତନତା ସୃଷ୍ଟି ପାଇଁ ଖଗେଶ୍ୱର ସା (ବରଗାଁ ଗ୍ରାମ ପଞ୍ଚାୟତ), ଚୁଡାରାମ ବିହାରୀ (ଗଣ୍ଡାବାହାଳି ଗ୍ରାମ ପଞ୍ଚାୟତ) ଓ ଲଳିତ ତାଣ୍ଡି (ମାଖାପଦର ଗ୍ରାମ ପଞ୍ଚାୟତ)ଙ୍କୁ “ସ୍ୱଚ୍ଛତା ଦୂତ” ସମ୍ମାନରେ ସମ୍ମାନିତ କରାଯାଇଥିଲା।

ନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେର ରିପୋର୍ଟ ଫଟୋ ନିୟୁଜ ଟାଇମ୍ସ।

Leave a Reply

Your email address will not be published. Required fields are marked *