ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମରେ ସତେ ଯେମିତି ଫାଟି ପଡୁଥିଲା ତୁଳସୀକ୍ଷେତ୍ରାଧିପତି

ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମରେ ସତେ ଯେମିତି ଫାଟି ପଡୁଥିଲା ତୁଳସୀକ୍ଷେତ୍ରାଧିପତି ଶ୍ରୀବଳଦେବଜୀଊଙ୍କ ରଥଦାଣ୍ଡ । ଘ , ଘ ।, ମୃଦଙ୍ଗ, କାହାଳୀ ଶବ୍ଦରେ ପ୍ରକମ୍ପିତ ହୋଇ ଉଠିଥିଲା ତୁଳସୀକ୍ଷେତ୍ର । ବ୍ରହ୍ମ ତାଳଧ୍ୱଜ ରଥକୁ ଛୁଇଁବା ପାଇଁ ଭକ୍ତମାନଙ୍କ ମଧ୍ୟରେ ବେଶ ଆବେଗ ବଢି ଯାଇଥିଲା । ଭକ୍ତ ଓ ଭଗବାନଙ୍କ ମିଳନ ବର୍ଷକରେ ଥରେ ଥିଲା ବେଶ ଭାବବିହ୍ୱଳିତ । ଭକ୍ତମାନଙ୍କ ଆଖିରୁ ଝରି ପଡ଼ୁଥିଲା ଅଶ୍ରୁ । ରଥାରୂଢ ଶ୍ରୀଜୀଉମାନଙ୍କୁ ଦେଖିବାକୁ ବ୍ୟାକୁଳ ହୋଇ ଉଠିଥିଲେ ଭକ୍ତମାନେ । ରଥ ଟାଣିବାର ଅପୂର୍ବ ଅନୁଭୂତିକୁ କେହି ହାତଛଡା କରିବାକୁ ଚାହୁଁନଥିଲେ । ତେଣୁ ଶ୍ରୀଗୁଣ୍ଡିଚା ରଥଯାତ୍ରାରେ ରଥ…ପଥ…ବ୍ରହ୍ମ ତଳଧ୍ୱଜ ହୋଇଥିଲା ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉମୟ ।

ଅର୍ଥାତ ବ୍ରହ୍ମ ତାଳଧ୍ୱଜ ରଥ ଉପରେ ବଡ଼ ଭାଇ ବଳଭଦ୍ର, ସୁନା ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତଙ୍କୁ ଦର୍ଶନ କରି ଭକ୍ତମାନେ ଖୁସିରେ ବିଭୋର ହୋଇଥିଲେ । ଶୁକ୍ରବାର ସକାଳୁ ରଥାରୂଢ ଠାକୁରମାନଙ୍କୁ ଦର୍ଶନ କରିବା ପାଇଁ ରଥଦାଣ୍ଡ ଲୋକାରଣ୍ୟ ହୋଇଥିଲା । ଅପରାହ୍ନ ୫ଟାରେ ଶ୍ରୀଜୀଉମାନେ ପହଣ୍ଡି ବିଜେ କରି ରଥାରୂଢ ହୋଇଥିଲେ । ଏହାପରେ ବ୍ରହ୍ମତାଳଧ୍ୱଜ ରଥ ଗଡିବା ପାଇଁ ପ୍ରସ୍ତୁତ ହୋଇଥିଲା । ଭକ୍ତମାନଙ୍କ ଭାବାବେଗକୁ ଦେଖି ପ୍ରଶାସନ ରଥ ଟାଣିବା ପାଇଁ ପ୍ରସ୍ତୁତ ହେବା ପରେ ଅପରାହ୍ଣ ପ୍ରାୟ ସାଢେ୫ଟା ବେଳେ ଏକଘ । ବିଳମ୍ବରେ ରଥ ଟଣା ହୋଇଥିଲା । ରଥ ଟଣା ଯିବାପାଇଁ ପ୍ରଶାସନ ପକ୍ଷରୁ ସାଢେ ୪ଟା ସମୟ ନିର୍ଘ ହୋଇଥିଲେ ମଧ୍ୟ ଭକ୍ତଙ୍କ ଭାବାବେଗକୁ ଦେଖି ଏହା ଏକ ଘ ।

ବିଳମ୍ବ ହୋଇଥିଲା । ଫଳରେ ସାଢେ ୫ଟା ସମୟରେ ରଥ ଟଣା ଆରମ୍ଭ ହୋଇଥିଲା । ରଥ ଟାଣିବା ପାଇଁ ତ୍ରିସ୍ତରୀୟ ପୋଲିସ କର୍ଡନ ବ୍ୟବସ୍ଥା ହୋଇଥିଲା । କର୍ଡ଼ନ ମଧ୍ୟରେ ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ, କେନ୍ଦ୍ରାପଡା ଏସ୍‌ଡିପିଓ ଜ୍ୟୋତିରଞ୍ଜନ ଗୈାଡା କର୍ଡ଼ନ ମଧ୍ୟରେ ରହି ସୁରକ୍ଷା ବ୍ୟବସ୍ଥା ଯା କରିଥିଲେ । ତାଙ୍କୁ ସହଯୋଗ କରିଥିଲେ ଟାଉନ୍ ଥାନା ଅଧିକାରୀ ଦିଲ୍ଲିପ କୁମାର ସାହୁ, ଇନ୍ସପେକ୍ଟର ରାଜେନ୍ଦ୍ର ମହାପାତ୍ର, ଇନ୍ସପେକ୍ଟର ସୈାମ୍ୟରଞ୍ଜନ ବିଶ୍ୱାଳ, ଇନସପେକ୍ଟର ଧିରଜ ଲେଙ୍କା, ପଦ୍ମାଳୟା ପ୍ରଧାନ ଓ ତପନ ନାୟକ, ରିଜର୍ଭ ଇନସପେକ୍ଟର ପ୍ରଶାନ୍ତ କୁମାର ରଣସିଂହଙ୍କ ସମେତ ଜିଲାର ବିଭିନ୍ନ ଥାନାର ଅଧିକାରୀମାନେ ।ରଥ ଉପରକୁ ଛୋଟ ଛୋଟ ପିଲାମାନଙ୍କୁ ଉଠାଇବାକୁ ସେବାୟତମାନଙ୍କ ମଧ୍ୟରେ ବେଶ ପ୍ରତିଯୋଗିତା ଦେଖିବାକୁ ମିଳିିଥିଲା ।

ରଥ ଉପରକୁ ଛୋଟ ପିଲାମାନଙ୍କୁ ଉଠାଇ ଶ୍ରୀଜୀଉଙ୍କ ଦର୍ଶନ କରାଇବା ପାଇଁ ସେବାୟତମାନେ ଭକ୍ତମାନଙ୍କ ଠାରୁ ଦକ୍ଷିଣା ନେଉଥିଲେ । କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ବିପଦପୂର୍ଣ୍ଣ ଭାବେ ଚାଲିଥିଲା । ଲୋକେ ସେମାନଙ୍କ ପିଲାମାନଙ୍କୁ ରଥ ଛୁଇଁବାକୁ ଛାଡୁଥିବାରୁ ଆମେ ରଥ ଉପରକୁ ଚଢାଉଛୁ ବୋଲି ଜଣେ ସେବାୟତ କହିଥିଲେ । ଫଳରେ ପୁଲିସ ନୀରବ ରହିବାକୁ ବାଧ୍ୟ ହୋଇଥିଲା । ସେମାନଙ୍କୁ ବିରୋଧ କଲେ ରଥ ଗଡାଇ ଦେବେ ନାହିଁ ବୋଲି ମଧ୍ୟ ପରୋକ୍ଷରେ ଧମକ ଦେଇଥିଲେ । ସେଥିପାଇଁ ପୁଲିସ ନୀରବ ରହିବାକୁ ବାଧ୍ୟ ହୋଇଥିଲା ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଥିଲେ । ରଥ ସିଂହଦ୍ୱାରରୁ ଟଣା ହୋଇ ଦେବୋ ର କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା । ଏହା ହେଉଛି ତୁଳସୀ କ୍ଷେତ୍ରର ପରମ୍ପରା । ଆସନ୍ତା କାଲି ଅର୍ଥାତ ଶନିବାର ରଥ ଟଣା ଯାଇ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଚକଡାରେ ଲାଗିବ ।

ପରେ ରଥାରୂଢ ଶ୍ରୀଜୀଉମାନେ ଜନ୍ମବେଦୀ ତଥା ମାଉସୀ ମା’ଙ୍କ ମନ୍ଦିରକୁ ପ୍ରବେଶ କରିବାର ପରମ୍ପରା ରହିଛି ବୋଲି ଦେବୋ ର ସଂସ୍ଥାର ନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ କହିଛନ୍ତି । ରଥ କର୍ଡନ ନିକଟରେ ଅତିରିକ୍ତ ଜିଲାପାଳ ରବୀନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲାପାଳ ନବକୃଷ୍ଣ ଜେନା, ଉପଜିଲାପାଳ ତଥା ଟ୍ରଷ୍ଟବୋର୍ଡର ଅଧ୍ୟକ୍ଷ ଅରୁଣ କୁମାର ନାୟକ,ଟ୍ରଷ୍ଟବୋର୍ଡ ସଭ୍ୟ ହୃଷିକେଶ ରଥ,ଧିରେନ ସାହୁ ଓ ସେବାୟତ ଟ୍ରଷ୍ଟି ନୃସିଂହ ପ୍ରସାଦ ପତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *