୬ମାସ ପରେ ବାହାରିଲା ମଁl ମଝିଘରିଆଣି ହୁଣ୍ଡି ରୁ ପୁଳା ପୁଳା ଟଙ୍କା।
ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯ ହୁଣ୍ଡିରୁ ନଗଦ ୧ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ସମେତ ୩୦ ଗ୍ରାମ ସୁନା ଓ ୨୧୫୦ ଗ୍ରାମ ରୂପା ବାହାରିଥିବା ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି । ଏଥିସହିତ ବିଭିନ୍ନ ପ୍ରକାର ୫ ଟି ଦେଶର ୨୩ ଟି ବିଦେଶୀ ନୋଟ ମଧ୍ୟ ବାହାରିଛି।

ଯେଉଁଥିରେ ରହିଛି ଆମେରିକା, ଶ୍ରୀଲଙ୍କା ଓ ୟୁଏଇ ଦେଶର ନୋଟ ଓ ମୁଦ୍ରା। ଦେଶଦେଶ ଅନୁମାନ କରାଯାଉଛି। ଏଥିସହ ଗୋଟିଏ ଲେଖାଏ ଅଚଳ ୫୦୦ ଓ ୨୦୦୦ ଏବଂ ଗୋଟିଏ ୧ ହଜାର ଟଙ୍କା ନୋଟ ବାହାରିଛି।

ସକାଳ ୯ ଟାରେ ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା। ଦୀର୍ଘ ୮ ଏହା ପୂର୍ବରୁ ଜୁଲାଇ ୭ ତାରିଖରେ ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ସହିତ ୮୩ ଗ୍ରାମ ସୁନା ଏଥିସହିତ ବିଭିନ୍ନ ପ୍ରକାର ଦେଶର ବିଦେଶୀ ନୋଟ ମଧ୍ୟ ବାହାରିଥିଲା।

ହୁଣ୍ଡିରୁ ବାହାରିଥିବା ଟଙ୍କା ୟୁନିଅନ ବ୍ୟାଙ୍କ ଅଫ ଇଣ୍ଡିଆରେ ଗଚ୍ଛିତ ରଖାଯାଇଛି। ସେହିଭଳି ସୁନା ଓ ରୁପା ଜିଲା କୋଷାଗାରକୁ ପଠାଇ ଦିଆଯାଇଛିା ଏହି ଗଣତିରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ଅନେକ ସ୍ବେଚ୍ଛାସେବୀ ସାମିଲ ହୋଇଥିଲେ। ହୁଣ୍ଡି ଖୋଲିବା ଓ ଗଣତି ବେଳେ ପୋଲିସ ଓ ମନ୍ଦିର ସୁରକ୍ଷା କର୍ମୀଙ୍କ ଦ୍ୱାରା ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା।
ରାୟଗଡାରୁ ମନୋରଞ୍ଜନ ଶତପଥୀଙ୍କ ରିପୋର୍ଟ, ଫଟୋ ନ୍ୟୁଜ ଟାଇମସ।
