ବିଧାନସଭା ପରିସରରର ଓଏଏସ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଓଡିଶା ପ୍ରଶାସନିକ ସେବାର ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିିତ ହୋଇଯାଇଅଛି। ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ପ୍ରଶ଼ିକ୍ଷଣାଥି ମାନେ ବିଧାନସଭା ଗ୍ରନ୍ଥାଗାର ,ଗବେଷଣା ବିଭାଗ ବୁଲି ଦେଖିଛନ୍ତି। ବିଧାନ ସଭାର କାର୍ଯ୍ୟାବଳୀ ଓ କାର୍ଯ୍ୟଧାରା ସମ୍ପର୍କର ବିଶେଷ ଭାବେ ଅବଗତ ହୋଇଛନ୍ତି । ଏ ଅବସରରେ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ମୋନାଲିସା ଲେଙ୍କା ଓ ବିଧାନସଭାର ଯୁଗ୍ମସଚିବ ସତୀଶ ମିଶ୍ର ପ୍ରମୁଖ ପ୍ରମୁଖ ଉପସ୍ଥିତ ଥିଲେ।
