ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ।
ଚଳିତ ବର୍ଷ ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡା଼ ଯାତ୍ରା ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ।ସୁନାବେଶ ଜୁଲାଇ ୬ ଓ ନୀଳାଦ୍ରି ବିଜେ ଜୁଲାଇ ୮ ତାରିଖରେ ଅନୁଷ୍ଠିତ ହେବ। ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧ ତାରିଖରେ ଅନୁଷ୍ଠିତ ହେବ।ତେଣୁ ଦେବସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ରଥଯାତ୍ରା, ବାହୁଡା ଯାତ୍ରା, ସୁନାବେଶ ଓ ନିଳାଦ୍ରୀ ବିଜେ କୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ପ୍ରଥମ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି କେନ୍ଦ୍ରାଚଂଳ ରାଜସ୍ବ ଆୟୁକ୍ତ ବି.ପରମେଶ୍ବରନ ଚଳିତ ରଥଯାତ୍ରା ରେ ପ୍ରତ୍ୟେକଙ୍କ ମଧ୍ୟରେ ସୁସମନ୍ୱୟ ରଖି ଖୁବ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ସମସ୍ତ କାର୍ଯ୍ୟ କରିବାକୁ ସେ ସମସ୍ତଙ୍କୁ ମତ ଦେଇଥିଲେ।
ବିଭିନ୍ନ ବିଭାଗ କୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ପରାମର୍ଶ ଦେଇଥିଲେ। ପାରସ୍ପରିକ ସମନ୍ୱୟ ର ସହ ରଥଯାତ୍ରା କୁ ଆମେ ସଫଳ କରିବା ବୋଲି ସେ କହିଥିଲେ।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସମସ୍ତଙ୍କୁ ସ୍ୱାଗତ କରିବା ସହ ରଥଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା ସମ୍ପର୍କରେ ମତଦେଇ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ତିନି ରଥ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ଗତବର୍ଷ ର ୫୧ ଖଣ୍ଡ କାଠ ବଳି ଥିବାରୁ ଆଉ ୮୧୪ ଖଣ୍ଡ କାଠ ଆବଶ୍ୟକ ଥିଲା।ଇତି ମଧ୍ୟରେ ୩୨୬ ଖଣ୍ଡ କାଠ ପ୍ରାପ୍ତ ହୋଇଛି।ଏହି କାଠ ଗୁଡିକୁ ପର୍ଯ୍ୟାୟ କ୍ରମେ ଜଙ୍ଗଲ ବିଭାଗ ଯୋଗାଉଛନ୍ତି ବୋଲି ସେ ସୂଚନା ଦେଇଥିଲେ।ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା,ଟ୍ରେନ ଚଳାଚଳ ବ୍ୟବସ୍ଥା, ରଥଯାତ୍ରା ର ସିଧାସଳଖ ପ୍ରସାରଣ ବ୍ୟବସ୍ଥା,ଯାତ୍ରୀ ସୁବିଧା ପାଇଁ ଅସ୍ଥାୟୀ ସୂଚନା କେନ୍ଦ୍ର ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଆୟୁକ୍ତ ଶ୍ରୀ ପରମେଶ୍ୱରନ ନିର୍ଦ୍ଦେଶ ଦେଇଥିଲେ।ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ମାଧ୍ୟମରେ ରଥକାଠର ସ୍ଥିତି,ରାସ୍ତା ଘାଟ ନିର୍ମାଣ ଓ ମରାମତି, ପୁରୀ ମୁଖ୍ୟ ଚିକିତ୍ସାଳୟରେ ବର୍ଣ୍ଣ ୟୁନିଟ ଓ ବର୍ଣ୍ଣ ୱ୍ବାଡ ଖୋଲିବା, ଡାକ୍ତର ଓ ଅନ୍ୟ କର୍ମଚାରୀ ନିଯୁକ୍ତି,ପରିମଳ ବ୍ୟବସ୍ଥା,ଡ୍ରେନ ମରାମତି ଓ ସଫା,ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ରେଳ ବିଭାଗ ଟ୍ରେନ ଚଳାଚଳ ସମ୍ପର୍କରେ ସହରର ବିଭିନ୍ନ ଏଲ ଇ ଡି ସ୍କ୍ରିନ ମାଧ୍ୟମରେ ସୂଚନା ପ୍ରଦାନ କରିବା,ଆଇନ ଅମାନ୍ୟ କରୁଥିବା ଅଟୋ ଓ ଟୋଟୋ ଗୁଡିକର ଧରପଗଡ କରିବା ସମ୍ପର୍କରେ ସଦସ୍ୟ ମାନେ ମତାମତ ଦେଇଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ଆରକ୍ଷୀ ମହାନିରୀକ୍ଷକ ପ୍ରବୀଣ କୁମାର, ଓରମାସର ମୁଖ୍ୟ ନିର୍ବାହୀ ଅଧିକାରୀ ଚକ୍ରବର୍ତ୍ତୀ ସିଂ ରାଠୋର,ଏସ ପି ବିନୀତ ଅଗ୍ରୱାଲ, ରେଳବାଇ ଏସପି ବିବେକାନନ୍ଦ ଶର୍ମା, ଦେବୋତ୍ତର କମିଶନର ଲଲାଟେନ୍ଦୁ ଜେନା,ଦୂରଦର୍ଶନ ଉପ ମହାନିର୍ଦ୍ଦେଶକ ନରସିଂହ ଜେଠୀ, ଗୃହ ଓ ପୌର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ବିନୟ କୁମାର ଦାଶ,ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା ନିଳକଣ୍ଠ ମିଶ୍ର,ଅଗ୍ନିଶମ ମୁଖ୍ୟ ସେବା ଅଧିକାରୀ ରମେଶ ଚନ୍ଦ୍ର ମାଝୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।ଶ୍ରୀମନ୍ଦିର ସେବାୟତ, ବିଶିଷ୍ଟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧି,ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ. ଶରତ ଚନ୍ଦ୍ର ମହାପାତ୍ର ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଆରଡିସି ଙ୍କ ନିର୍ଦ୍ଦେଶ କ୍ରମେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଏଜେଣ୍ଡା ଅନୁସାରେ ବୈଠକ ପରିଚାଳନା କରିଥିଲେ।ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ସହଦେବ ସାହୁ,ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନା ରେ ଅଶଂଗ୍ରହଣ କରିଥିଲେ।
ଏଠାରେ ପ୍ରକାଶ ଥାଉକି ବୁଦ୍ଧିଜିବୀ ମାନେ ମତ ଦେଉଛନ୍ତି ଯେ ଓଡ଼ିଶାରେ ନିର୍ମାଣ ହେଉଥିବା ସମସ୍ତ ରଥ ପାଇଁ ଜଙ୍ଗଲ ବିଭାଗ ତରଫରୁ କାଠ ଯୋଗାଇ ଦିଆଯିବା ଉଚିତ।
ପୁରୀରୁ ଫଟୋ ନ୍ୟୁଜ ଟାଇମସ୍ ର ସାମ୍ବାଦିକ ପ୍ରସନ୍ନ କୁମାର ଲେଙ୍କାଙ୍କ ରିପୋର୍ଟ୍।