କଣ୍ଟାମାଳ ବ୍ଲକରେ ବୌଦ୍ଧ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l ସମସ୍ତ ପଞ୍ଚାୟତ ଓ ପ୍ରମୁଖ ଛକ ମାନଙ୍କରେ ଶୀଘ୍ର ଜଳଛତ୍ର ଖୋଲିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ l
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l

ଆଜିର ଶିବିରରେ ୩୨ଗୋଟି ବ୍ୟକ୍ତିଗତ ଓ ୬ଟି ଗୋଷ୍ଠିଗତ ଏଭଳି ମୋଟ ୩୮ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୧୬ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ଜଣେ ଶ୍ରବଣ ବାଧିତଙ୍କୁ ତତ୍କାଳୀନ ଏକ ଶ୍ରବଣ ଯନ୍ତ୍ର ସହାୟତା ପ୍ରଦାନ କରିଥିଲେ।

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ଆନୁଷଙ୍ଗିକ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଏହା ସହିତ ସମସ୍ତ ପଞ୍ଚାୟତ ଓ ପ୍ରମୁଖ ଛକ ମାନଙ୍କରେ ଶୀଘ୍ର ଜଳଛତ୍ର ଖୋଲିବା ପାଇଁ ବିଡ଼ିଓ ଙ୍କୁ ନିର୍ଦ୍ଦେଶ ଦେଇଥିଲେ l ବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତ ପଦ୍ମା ଯୋଶୀ, ଆସିଷ୍ଟାଣ୍ଟ କଲେକ୍ଟର ସୁଧର୍ମା ମଲ୍ଲିକ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l
ବୌଦ୍ଧ ଜ଼ିଲ୍ଲା ପ୍ରତିନିଧି ବାସୁଦେବ ଷlଣ୍ଢ ଙ୍କ ରିପୋର୍ଟ ଫଟୋ ନ୍ୟୁଜ ଟାଇମ୍ସ
