ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ। ବନ୍ଧୁକ ସମେତ ଅନେକ ମାଓ ସାମଗ୍ରୀ ଜବତ।
କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲ୍ଲା ବେଲଘର-କୋଟଗଡ଼ ଥାନା ସିମାନ୍ତରେ ମାଓ ଗତିବିଧି ଦେଖାଦେଇଛି ।

ଏସ୍.ଓ.ଜି. ଏବଂ ସି.ଆର.ପି.ଏଫ୍. ଜବାନଙ୍କ ମିଳିତ କୁମ୍ବିଂ ଅପରେସନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ ହେବା ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିବା ଜଣାପଡ଼ିଛି ।

କିଛି ସମୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ପରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି ।

ଘଟଣାସ୍ଥଳରେ ଏବେ ବି ଏସ୍ଓଜି ଓ ସିଆରପିଏଫ୍ ଜବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

ସମ୍ପୃକ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ ମାଓ କ୍ୟାମ୍ପ ଠାବ କରିବା ସହ ସେଠାରୁ ଗୋଟିଏ ବନ୍ଧୁକ ସମେତ, ଖାଇବା ସାମଗ୍ରୀ ଏବଂ ଅନେକ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି ।
ବାଲିଗୁଡ଼ାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫଟୋ ନ୍ୟୁଜ ଟାଇମସ।
